ସାରା ରାଜ୍ୟକୁ ଛୁଇଁଲା ମୌସୁମୀ: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷିବ ବର୍ଷା

ସାରା ରାଜ୍ୟକୁ ମୌସୁମୀ ସ୍ପର୍ଶ କଲା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହିତ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବ ।

ସେହିପରି ୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼,  ସୋନପୁର, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୭ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ରିପୋର୍ଟ – ସଂଘମିତ୍ରା ପଣ୍ଡା