ରାଜ୍ୟରେ ଆଉ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ୧୮୦୦୦ ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩, ବରଗଡ ଜିଲ୍ଲାରୁ ୨୨, ଭଦ୍ରକ ଜିଲ୍ଲାରୁ ୫୮, କଟକ ଜିଲ୍ଲାରୁ ୩୨, ଢେଙ୍କାନାଳ ଜିଲ୍ଲାରୁ ୧୦, ଗଜପତି ଜିଲ୍ଲାରୁ ୨୫, ଗଞ୍ଜାମ ଜିଲ୍ଲାରୁ ୨୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୬, ଯାଜପୁର ଜିଲ୍ଲାରୁ ୨୮, ଝାରସୁଗୁଡା ଜିଲ୍ଲାରୁ ୧୪, କନ୍ଧମାଳ ଜିଲ୍ଲାରୁ ୪୪, କେନ୍ଦ୍ରାପଡା ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୫୮, କେନ୍ଦୁଝର ଜିଲ୍ଲାରୁ ୨୪, କୋରାପୁଟ ଜିଲ୍ଲାରୁ ୪୧, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୪, ସୁନ୍ଦରଗଡ ଜିଲ୍ଲାରୁ ୧୧ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୧୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୫୩୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୫୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୩୬୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

ରିପୋର୍ଟ – ସଂଘମିତ୍ରା ପଣ୍ଡା