ଭଦ୍ରକରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ। ଆକ୍ରାନ୍ତ ଜଣକ ଭଦ୍ରକ ଜିଲ୍ଲାର ବୋଲି ଜଣାଯାଇଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗର ୱେବସାଇଟ୍‌ରେ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ରେ ପହଞ୍ଚିଛି।

ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ଜଣେ ର ୪୦ ବର୍ଷୀୟ ଯୁବକ ବୋଲି ଜଣାପଡ଼ିଛି । ସେ ବାସୁଦେବପୁର ଅଞ୍ଚଳର ବୋଲି ସୂଚନା ମିଳିଛି । ସେ ପଶ୍ଚିମବଙ୍ଗରୁ ଫେରିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି ।

ରିପୋର୍ଟ – ସଂଘମିତ୍ରା ପଣ୍ଡା

Leave a Reply

Your email address will not be published. Required fields are marked *