ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ୫ କରୋନା ରୋଗୀ

ରାଜ୍ୟ ପାଇଁ ଖୁସି ଖବର | ସୁସ୍ଥ ହେଲେ ୫ କରୋନା ରୋଗୀ। ଏମାନେ ହେଲେ ଭୁବନେଶ୍ୱର, ଢେଙ୍କାନାଳ, କଳାହାଣ୍ଡିର, ସୁନ୍ଦରଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍ କରି କରିଛି।

ଏହି ୫ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ୪ ଜିଲ୍ଲା ଏବେ କରୋନା ମୁକ୍ତ ହୋଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ମୋଟ ୨୯ ଜଣ ସୁସ୍ଥ ହୋଇଛନ୍ତି।ବର୍ତ୍ତମାନ ୪୯ ଜଣ ରାଜ୍ୟରେ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ ରେ ଚିକିତ୍ସା ହେଉଛନ୍ତି । ଜଣଙ୍କର ମୃତ୍ୟୁ ହୋଇଛି।
ତେବେ ପୂର୍ବରୁ ସକାଳେ ୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଥିଲା। ଯାହାକୁ ମିଶାଇ ଗତ ୨୬ ଘଣ୍ଟା ମଧ୍ୟରେ ୧୮ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଛନ୍ତି। ସମସ୍ତ କରୋନା ଚିହ୍ନଟକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଥିବା ବେଳେ ୧୯ ଜଣ ସୁସ୍ଥ ହୋଇଛନ୍ତି ବୋଲି ସୂଚନା ମିଳିଛି |

ରିପୋର୍ଟ – ସଂଘମିତ୍ରା ପଣ୍ଡା

Leave a Reply

Your email address will not be published. Required fields are marked *