କାଲିଠୁ ରାଜ୍ୟରେ ଆରମ୍ଭ ହେବ ବର୍ଷା-ପବନ, ୧୯ ରୁ ବଢିବ ପବନ ର ବେଗ

ସିିଭିୟର ସାଇକ୍ଲୋନିକ୍ ଷ୍ଟର୍ମର ରୂପ ନେଇଥିବା ବାତ୍ୟା ଆଜି ସନ୍ଧ୍ୟାରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହେବ । ଏହା ଏବେ ପାରାଦୀପ ଠାରୁ ଦକ୍ଷିଣ ଦିଗରେ ପ୍ରାୟ ୯୮୦ କିଲୋମିଟର୍ ଦୂରରେ ରହିଛି । ଏହା ଘଣ୍ଟା ପ୍ରତି ୩ କିଲୋମିଟର୍ ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ୨୦ ତାରିଖ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ଏହା ପଶ୍ଚିମବଙ୍ଗ ସାଗର ଦ୍ୱୀପ ଓ ବାଂଲାଦେଶର ହାତିଆ ଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ । ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇଥିବା ଆମ୍ପାନ୍ ଧୀରେ ଧୀରେ ଘନୀଭୂତ ହୋଇ ଧୀର ବେଗରେ ଗତି କରୁଛି ।

ତେବେ ଓଡ଼ିଶାରେ ଏହାର ପ୍ରଭାବ ପଡିବା ସମ୍ଭାବନା ରହିଛି । ବାତ୍ୟା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଥିବା ଏସଆରସି କହିଛନ୍ତି । ଉପକୂଳ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଉଛି । ୧୨ଟି ଜିଲ୍ଳାକୁ ଆଲର୍ଟ କରାଯାଇଛି । ୪ଟି ଜିଲ୍ଲା ଜଗତସିଂହପୁର, ବାଲେଶ୍ୱର,କେନ୍ଦ୍ରାପଡା ଭଦ୍ରକରେ ଅଧିକ ବିପଦ ରହିଛି । ଜିଲ୍ଳାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାର ତୀକ୍ଷଣ ନଜର ରଖିିଥିବା ଏସଆରସି କହିଛନ୍ତି । ବାତ୍ୟାର ରୂପ ନେଇ ସାରିଥିବା ଆମ୍ପାନ୍ ପ୍ରଭାବରେ ୧୮ ତାରିଖରୁ ଓଡିଶାରେ ଆରମ୍ଭ ହେବ ବର୍ଷା । ୧୯ ତାରିଖରୁ ପବନର ବେଗ ବଢିବ ।

ରିପୋର୍ଟ – ସଂଘମିତ୍ରା ପଣ୍ଡା