ଦେଶରେ ହୁ ହୁ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା :-

ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୩ ହଜାର ୭ ଶହ ପାର୍ । କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ୭୨୦କୁ ବୃଦ୍ଧି ପାଇଛି । ଏହାସହିତ ଦେଶରେ ଆକ୍ରାନ୍ତ ସଂଖ୍ୟା ୧ ଲକ୍ଷ ୨୫ହଜାର ୧୦୧ରେ ପହଞ୍ଚିଛି । ତେବେ ତାଜା ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬ ହଜାର ୬୫୪ ଜଣ ନୂଆ କରୋନା ଆକ୍ରାନ୍ତ ଠାବ ହୋଇଥିବା ବେଳେ ୧୩୭ଜଣଙ୍କର କରୋନା ମହାମାରୀରେ ଜୀବନ ଯାଇଛି । ସେହିଭଳି ବର୍ତ୍ତମାନ ସୁଦ୍ଧା ମୋଟ ୫୧ ହଜାର ୭୮୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ନେଇ ସ୍ପଷ୍ଟ କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।

ତେବେ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସବୁଠୁ ଆଗରେ ରହିଛି ମହାରାଷ୍ଟ୍ର । ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତ ସଂଖ୍ୟା ୪୪ହଜାର ୫୮୨ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୫ ଶହ ୧୭କୁ ବୃଦ୍ଧି ପାଇଛି । ସେହିପରି ଗୁଜରାଟରେ ୧୩ହଜାର ୨୬୮ଆକ୍ରାନ୍ତ ଥିବା ବେଳେ ମୃତ୍ୟୁ ସଂଖ୍ୟା ୮୦୨କୁ ବୃଦ୍ଧି ପାଇଛି । ସେହିଭଳି ଦିଲ୍ଲୀରେ ୧୨ ହଜାର ୩୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ରହିଛି ୨୦୮ । ସେହିପରି ଆନ୍ଧ୍ରପ୍ରଦେଶରେ ୨୭୦୯କରୋନା ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୫୫ରେ ପହଞ୍ଚିଛି । ମଧ୍ୟପ୍ରଦେଶରେ ୬ ହଜାର ୧୭୦ ଜଣ ଆକ୍ରାନ୍ତ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଥିବା ନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ।

ରିପୋର୍ଟ – ସଂଘମିତ୍ରା ପଣ୍ଡା