ସନ୍ତାନ ଯଦି ମା’ଙ୍କ ଠାରୁ ସଂସ୍କାର ଶିଖେ ତେବେ ଦୁନିଆରେ କିଭଳି ନିଜକୁ ସଫଳ କରିବା ପାଇଁ କଠିନ ପରିଶ୍ରମ ଏବଂ ଚଳିବା ପାଇଁ ଉପଯୁକ୍ତ ଜ୍ଞାନ ରହିବା ଆବଶ୍ୟକ ତାହା ବାପାଙ୍କ ଠାରୁ ଅବା ଅଧିକ ଭଲରେ ବୁଝାଇପାରିବ । ଅବଶ୍ୟ ମା’ ୧୦ ମାସ ୧୦ ଦିନ ଗର୍ଭରେ ଧରି ସନ୍ତାନକୁ ଜନ୍ମ ଦେଇଥାନ୍ତି । କିନ୍ତୁ ଜନ୍ମ ହେବା ପରେ ସନ୍ତାନର ପ୍ରତିଟି ପଦକ୍ଷେପରେ ଯାହାଙ୍କ ନଜର ରହିଥାଏ ସେ ହେଉଛନ୍ତି ପିତା । ସନ୍ତାନ ପାଇଁ ପ୍ରଥମ ପ୍ରେରଣାସ୍ତୋତ୍ର ,ସୁରକ୍ଷା କବଚ,ଆତ୍ମବିଶ୍ୱାସର ବାହକ ହେଉଛନ୍ତି ପିତା । ଅଭିଭାବକଙ୍କ ମହିମା ବଖାଣିବାରେ ମା’ଙ୍କ ସ୍ଥାନ ପ୍ରଥମେ ନିଆ ଯାଉଥିବା ବେଳେ ବାପାଙ୍କ ନାମ ପଛରେ ରହିଯାଉଛି । କିନ୍ତୁ ଏଥିରେ ମଧ୍ୟ ବାପାଙ୍କ ତିଳେମାତ୍ର କ୍ଷୋଭ ନଥାଏ । ମା’ ଯେଉଁଠି ସନ୍ତାନର ଟିକେ କ୍ଷତରେ କାନ୍ଦି ନିଜ ଦୁଃଖ ଜାହିର କରିଦିଅନ୍ତି । ସର୍ବପ୍ରଥମେ ‘ଫାଦର୍ସ ଡ଼େ’ଜୁନ ୧୯,୧୯୧୦ ମସିହାରେ ୱାଶିଙ୍ଗଟନରେ ପାଳନ କରାଯାଇଥିଲା। ମାତ୍ର ୧୯୭୨ମସିହାରେ ଏହାକୁ ଆନୁଷ୍ଠାନିକ ଭାବେ ପାଳନ କରାଯିବା ପାଇଁ ଘୋଷଣା କରାଗଲା। ଯାଦ୍ୱାରା ପିତାଙ୍କୁ ସମ୍ମାନ ଦେବା ପାଇଁ ୟୁନାଇଟେଡ଼ ଷ୍ଟେଟ୍ ରେ ଏହି ଦିନଟିକୁ ଛୁଟିର ଦିନ ଭାବେ ଘୋଷଣା କରାଯାଇଥିଲା। କିନ୍ତୁ କୋରୋନା ଭାଇରସ କାରଣରୁ ଚଳିତ ବର୍ଷ ବାହାରକୁ ବୁଲିଯିବା ସମ୍ଭବ ନୁହେଁ। ତେଣୁ ଘରେ ରହି ଆପଣ ଏହି ଦିନଟିକୁ ନିଜ ପିତାଙ୍କ ପାଇଁ ଖାସ୍ କରିପାରିବେ।
ରିପୋର୍ଟ – ସଂଘମିତ୍ରା ପଣ୍ଡା