ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଟ୍ୱିଟ ଯୋଗେ ସୂଚନା ପ୍ରଦାନ କଲେ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ । ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଥିବାବେଳେ , ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ବରଗଡ ଜିଲ୍ଲାରୁ ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇସାରିଛି ।
ଅନ୍ୟପକ୍ଷରେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।
ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୫୩୦୩ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୬୨ଟି ଆକ୍ଟିଭ୍ କେସ୍ ରହିଛି। ୩୭୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୧୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଥିବା ସ୍ପଷ୍ଟ ହୋଇଛି ।